Advertisment

ପୁଣି ଦନ୍ତାର ତାଣ୍ଡବ: ଦୁଇ ଜୀବନ ଗଲା, ଜଣେ ଗୁରୁତର

Advertisment
ପୁଣି ଦନ୍ତାର ତାଣ୍ଡବ: ଦୁଇ ଜୀବନ ଗଲା, ଜଣେ ଗୁରୁତର

ବନ୍ତଳା: ଅନୁଗୁଳ ବ୍ଲକ ପାତେଳି ଗ୍ରାମରେ ଆଜି ଏକ ଅଘଟଣ ଘଟିଛି। ଦନ୍ତାହାତୀ ଆକ୍ରମଣରେ ଆଜି ସକାଳୁ ଦୁଇ ଦୁଇଟି ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ବନ୍ତଳା ବନାଞ୍ଚଳ ଓ ଅନୁଗୁଳ ବନାଞ୍ଚଳ ସୀମାନ୍ତରେ ଏକ ଦନ୍ତାହାତୀ ଦୁଇଦିନ ହେଲା ବ୍ୟାପକ କ୍ଷୟକ୍ଷତି କରୁଥିବା ଦେଖିବାକୁ ମିଳିଥିଲା। ଆଜି ସକାଳୁ ବନ୍ତଳା ବନାଞ୍ଚଳ କୁମୁରିସିଂହା ପଞ୍ଚାୟତ ପାତେଳି ଗ୍ରାମର ଝିଲ୍ଲୀ ମାଝୀ(୪୨)ଘର ସମ୍ମୁଖ ଦାଣ୍ଡ ଝାଡୁ କରୁଥିବାବେଳେ ପ୍ରଥମେ ହାତୀ ଆକ୍ରମଣର ଶିକାର ହୋଇଥିଲେ।

ହାତୀ ତାଙ୍କୁ ପାଦରେ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ସେହିପରି ଅନୁଗୁଳ ବନାଞ୍ଚଳର ଶଙ୍କର ବିଶ୍ୱାଳ(୬୨)ଟାକୁଆ ନାଳକୁ ଶୌଚ ହେବାକୁ ଯାଇଥିବାବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଫଳରେ ତାଙ୍କର ମୃତ୍ୟୁ ହୋଇଛି। ଅନ୍ୟପକ୍ଷରେ ସାହାରାଗୁଡା ଗ୍ରାମର ଅକ୍ଷୟ ନାଏକ ମଧ୍ୟ ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଲୋକମାନେ ଅନୁଗୁଳ-ବନ୍ତଳା ରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଏପର୍ଯ୍ୟନ୍ତ ପୁଲିସ ଓ ବନ ବିଭାଗ ସେଠାରେ ପହଞ୍ଚି ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe