ରାଇରଙ୍ଗପୁର: ହାତୀ ଆକ୍ରମଣରେ ୨ ମୃତ। ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ଗଲା ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡର ବିଶୋଇ ରେଞ୍ଜର ଟୁଙ୍ଗୁରୁ ଜଙ୍ଗଲରେ।
/sambad/media/post_attachments/wp-content/uploads/2021/05/ELEPHANT.jpg)
ସୂଚନା ଅନୁଯାୟୀ, ରାଇରଙ୍ଗପୁର ବନଖଣ୍ଡ ବିଶୋଇ ଥାନା ଦୁଧକୁଣ୍ଡି ଗ୍ରାମର ଦୁଇଜଣ ମହିଳା ଓ ଜଣେ ନାବାଳିକା ଗୋଟିଏ ପରିବାରର ୩ ଜଣ ଗାଁ ପାଖ ଜଙ୍ଗଲକୁ ଜାଣେଣି କାଠ, ଶାଗ ପ୍ରଭୃତି ସଂଗ୍ରହ କରିବାକୁ ଯାଇଥିଲେ । ଏହି ସମୟରେ ସେମାନେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା । ମୃତକ ଦ୍ୱୟ ହେଲେ ମେଘନା ବିନ୍ଧାଣି(୮) ଓ କାନ୍ଦିରି ମୁର୍ମୁ (୪୫)।ତେବେ ଧାନୀ ବିନ୍ଧାଣି(୩୦) ନାମକ ମହିଳା ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଗୁରୁତର ଧାନୀଙ୍କୁ ଉଦ୍ଧାର କରି ବାରିପଦା ପିଆରଏମରେ ଭର୍ତ୍ତି କରାଯାଇଛି ।ଖବର ପାଇ ଜଙ୍ଗଲ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଥିବା ସୂଚନା ମିଳିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/Two-People-Dies-on-Elephant-Attack_Thumbnail.jpg)