କୁଜଙ୍ଗ: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତଗର୍ତ ବରିହାଡିହା ଗାଁରେ ବଜ୍ରପାତରେ ଦୁଇ ବଖରା ଘର ପୋଡିଯିବା ସହ ୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନାନୁସାରେ ଗତକାଲି ବିଳମ୍ବିତ ରାତିରେ କାଳବୈଶାଖୀ ବର୍ଷା, ପବନ ସହ ବଜ୍ରପାତ ହୋଇଥିଲା। ଏହି ସମୟରେ ହଠାତ୍ ବଜ୍ରପାତ ପଡିବାରୁ ଦୁଇବଖରା ଘର ପୋଡିଯିବା ସହ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡିଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/05/lighting-d.jpg)