ନୂଆଦିଲ୍ଲୀ/କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କୁ ନିଯୁକ୍ତି ମିଳିଛି। ଓଡ଼ିଶା ହାଇକୋର୍ଟର ଏହି ଦୁଇ ନୂଆ ବିଚାରପତିଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଥିବା ସଂକ୍ରାନ୍ତରେ ଆଜି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୨, ଜୁଲାଇ ୨୫ରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କ ନାଁ ସୁପାରିସ କରିଥିଲା।
ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କୁ ନିଯୁକ୍ତି ନେଇ ବିଜ୍ଞପ୍ତି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି। ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଏବେ ଓଡ଼ିଶା ଜୁଡିସିଆଲ ଏକାଡେମିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ୧୯୭୨, ଏପ୍ରିଲ ୨୫ରେ ଜନ୍ମ ଗ୍ରହଣ କରିଥିଲେ। ସେହିଭଳି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଚିତ୍ତରଂଜନ ଦାଶ ୧୯୬୪, ନଭେମ୍ବର ୧୨ରେ ଜନ୍ମ ଗ୍ରହଣ କରିଥିଲେ। ସେ ଏବେ ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ଭାବେ କାର୍ଯ୍ୟରତ ଅଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/hc.jpg)