ପୁଣି ୨ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ହେଲା

ଭୁବନେଶ୍ବର: ଆଜି ପୁଣି ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ପୋର୍ଟାଲରେ ଏହି ସୂଚନା ଦିଆଯାଇଛି। ସୂଚନା  ଅନୁସାରେ ଶୁକ୍ରବାର ସମୁଦାୟ ୨୯୮ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥିରୁ ୨୯୬ଟି ନେଗେଟିଭ ଆସିଥିବା ବେଳେ ୨ଟି ପଜିଟିଭ୍ ଆସିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ତେବେ ଏ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ଏବେ ୩୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି। ତେବେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦୁଇ ନୂଆ ଆକ୍ରାନ୍ତଙ୍କ ସଂପର୍କରେ କୌଣସି ସୂଚନା ଦିଆଯାଇନାହିଁ।

ଆଜି ରାତିରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସା ଲାଗି  ହସ୍ପିଟାଲରେ ଭର୍ତ୍ତି ହୋଇଥିବା ୧୦ ଜଣ ବ୍ୟକ୍ତି ଆଜି ସୁସ୍ଥ ହୋଇଥିଲେ । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଥିଲା ।  ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ଭୁବନେଶ୍ୱରରୁ ୫ ଜଣ, ଭଦ୍ରକରୁ ୨ ଜଣ, କଟକ, ଯାଜପୁର ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି । ଏହି ଅବସରରେ ସ୍ୱାସ୍ଥ୍ୟ ବିଭାଗ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଶୁଭେଚ୍ଛା ଜଣାଇଛି ।

ସୂଚନାଯୋଗ୍ୟ, ପୂର୍ବରୁ ୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଯାଇଛନ୍ତି । ରାଜ୍ୟରେ ଏ ପର୍ଯ୍ୟନ୍ତ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୨ ଜଣ ସୁସ୍ଥ ହୋଇଛନ୍ତି । ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଏବେ ୩୭ ଜଣଙ୍କ ଚିକିତ୍ସା ଜାରି ରହିଛି ।

ସମ୍ବନ୍ଧିତ ଖବର