ହକି ବିଶ୍ବକପ୍-୨୦୨୩: ଦୁଇ ଆଇଏଏସ ଅଧିକାରୀଙ୍କୁ ଓଏସଡି ଭାବେ ଅତିରିକ୍ତ ଦାୟିତ୍ବ

ହକି ବିଶ୍ବକପ୍-୨୦୨୩: ଦୁଇ ଆଇଏଏସ ଅଧିକାରୀଙ୍କୁ ଓଏସଡି ଭାବେ ଅତିରିକ୍ତ ଦାୟିତ୍ବ

twitter

ଭୁବନେଶ୍ବର: ଭୁବନେଶ୍ବର ଓ ରାଉରକେଲାରେ ଆୟୋଜିତ ହେବାକୁ ଥିବା ହକି ବିଶ୍ବକପ୍-୨୦୨୩କୁ ଆଖି ଆଗରେ ରଖି ଓଡ଼ିଶା ସରକାର ଦୁଇଜଣ ଆଇଏସ ଅଧିକାରୀଙ୍କୁ ଓଏସଡି ଭାବେ ସ୍ବତନ୍ତ୍ର ଦାୟିତ୍ବ ଦେଇଛନ୍ତି। ଏହି ଦୁଇ ଅଧିକାରୀଙ୍କ ଭିତରୁ ଜଣେ ହେଲେ  ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ଓ ଇପିକଲର ପରିଚାଳନା ନି‌ର୍ଦେଶକ ତଥା ଶିଳ୍ପ ବିଭାଗର ଅତିରିକ୍ତ ସଚିବ ଭୂପେନ୍ଦ୍ର ସିଂହ ପୁନିଆ।

publive-image indianbureaucracy.com

ଠିକ୍ ସେହିପରି ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନି‌ର୍ଦେଶକ ରଘୁ ଜିଙ୍କୁ ବି କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଓଏସଡି ଭାବେ ସ୍ବତନ୍ତ୍ର ଦାୟିତ୍ବ ଦିଆଯାଇଛି। ଏମାନେ ନିଜ ନିଜ ବିଭାଗ ସହ ଏହି ଅତିରିକ୍ତ ଦାୟିତ୍ବ ତୁଲାଇବେ ବୋଲି ଜଣାଯାଇଛି। ଏଣେ ଓଡ଼ିଶା ଖଣି ନିଗମ ଓ ଇଡକଲର ପରିଚାଳନା ନି‌ର୍ଦେଶକ ବଲବନ୍ତ ସିଂହଙ୍କୁ ବିଡିଏର ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। ଏନେଇ ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗର ସ୍ବତନ୍ତ୍ର ସଚିବ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ଆଗାମୀ ବର୍ଷ ଜାନୁଆରି ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଉରକେଲା ଓ ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ଏହି ୧୬ ରାଷ୍ଟ୍ରୀୟ ପ୍ରତିଯୋଗିତାରେ ମୋଟ ୪୪ ମ୍ୟାଚ୍ ଖେଳାଯିବ। ସେଥିମଧ୍ୟରୁ ଭୁବନେଶ୍ବରରେ ୨୪ ଏବଂ ରାଉରକେଲାରେ ୨୦ ମ୍ୟାଚ୍ ଆୟୋଜିତ ହେବ। ଏହି ଖବର ଆସିବା ପରେ ଉଭୟ ସହରର ହକି ପ୍ରେମୀ ଉଲ୍ଲସିତ। ନିଜ ପ୍ରିୟ ତାରକାଙ୍କୁ ପାଖରେ ପାଇବାର ସୁଯୋଗ ଅପେକ୍ଷାରେ ରହିଛନ୍ତି ରାଜ୍ୟର ପ୍ରତିଷ୍ଠିତ ତଥା ଉଦୀୟମାନ ହକି ଖେଳାଳିମାନେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe