ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ କରିବା ନେଇ ରାଜ୍ୟଶିକ୍ଷା ବିଭାଗ ଓ ଓପିଏସସିକୁ ୟୁଜିସିର ପତ୍ର

Advertisment

ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ପ୍ରସଙ୍ଗ

ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ପ୍ରସଙ୍ଗ

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ କରିବା ନେଇ ରାଜ୍ୟଶିକ୍ଷା ବିଭାଗ ଓ ଓପିଏସସିକୁ ୟୁଜିସିର ପତ୍ର

ଭୁବନେଶ୍ବର: ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ – ୨୦୨୦ ଉପରେ ସୁପ୍ରିମକୋର୍ଟ ୩ ମାସ ପାଇଁ ରହିତାଦେଶ ପ୍ରସଙ୍ଗରେ ୟୁନିଭରସିଟି ଗ୍ରାଣ୍ଟ କମିଶନ (ୟୁଜିସି) ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)କୁ ପତ୍ର ଲେଖିଛନ୍ତି। ଗତ ୨୦ ତାରିଖରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ଉପରେ ମାନ୍ୟବର ସୁପ୍ରିମକୋର୍ଟ ରହିତାଦେଶ ଲଗାଇଥିଲେ। କିନ୍ତୁ ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଓ ୟୁପିଏସସି ଉଲ୍ଲଂଘନ କରୁଥିବା ନେଇ ୟୁଜିସି ପତ୍ରରେ ଉଲ୍ଲେଖ କରିଛି।

publive-image Zee News

ୟୁଜିସି ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ସଚିବ ଏବଂ ଓପିଏସସିକୁ ଲେଖିଥିବା ପୃଥକ ପୃଥକ ପତ୍ରରେ ଉଲ୍ଲେଖ କରିଛି ଯେ ମଇ ୨୩ ତାରିଖରେ ଓପିଏସସି ସମାଜବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିର ଫଳାଫଳ ଏବଂ ମଇ ୨୪ ତାରିଖରେ ବାଣିଜ୍ୟର ଆସିଷ୍ଟାଣ୍ଟ୍ ପ୍ରଫେସର ଡକ୍ୟୁମେଣ୍ଟ ଭେରିଫିକେସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି।  ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ନେଇ ଏସଏଲପି ବିଚାରଧୀନ ରହିଛି । ତେଣୁ ଓପିଏସସି ଦ୍ୱାରା ଶିକ୍ଷକ ନିଯୁକ୍ତି ଏବଂ ରାଜ୍ୟ ଚୟନ ବୋର୍ଡ(ଏସଏସବି)ର ଅଣଶିକ୍ଷକଙ୍କ ନିଯୁକ୍ତିର ବିଜ୍ଞପ୍ତି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଂଘନ କରୁଛି ।

ରାଜ୍ୟ ସରକାର ଏବଂ ଓଡ଼ିଶା ଲୋକସେବା ଆୟୋଗ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ଏହି ନିଯୁକ୍ତି ପ୍ରକ୍ରିୟାରୁ ଦୂରେଇ ରୁହନ୍ତୁ। ନଚେତ୍ ଏଥିରେ ଅବମାନନା କଲେ ଆବଶ୍ୟକ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ୟୁଜିସି ପତ୍ରରେ ତାଗିଦ୍ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe