ବ୍ରିଟେନ୍‌ ଫେରନ୍ତା ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ, ହସ୍‌ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଗତ ସପ୍ତାହରେ ବ୍ରିଟେନ୍‌ରୁ ଭୁବନେଶ୍ୱରକୁ ଫେରିଥିବା ବ୍ୟକ୍ତି ଜଣକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ହେବା ପରେ ସଂପୃକ୍ତ ବ୍ୟକ୍ତିଙ୍କୁ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ଗତ ୧୮ ତାରିଖରେ ସେ ବ୍ରିଟେନରୁ ଫେରିବା ପରେ ଆଇସୋଲେସନରେ ଥିଲେ। ପରିବାର ଲୋକଙ୍କୁ ମଧ୍ୟ କରୋନା ପରୀକ୍ଷା କରାଯାଇଛି। ତେବେ ବିଏମ୍‌ସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ, ଘଟଣା ଅଧିକ ସ୍ପଷ୍ଟ ହେବା ଦରକାର। ଅନ୍ୟପକ୍ଷରେ ଶ୍ରୀ ଚୌଧୁରୀ କହିଛନ୍ତି ଯେ, କରୋନା ନେଇ କାହାରିକୁ ଭୟଭୀତ ହେବାର ଆବଶ୍ୟକତା ନାହିଁ।

ପୂର୍ବରୁ କରୋନା ନୂଆ ଷ୍ଟ୍ରେନକୁ ନେଇ ରାଜ୍ୟସରକାରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଦେଶ ଫେରନ୍ତାଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ମଧ୍ୟ ନୂଆ ଏସଓପି ଜାରି କରାଯାଇଛି। ବିଦେଶ ଫେରନ୍ତାଙ୍କ ଯାତ୍ରୀଙ୍କ ସଂପର୍କରେ ସୂଚନା ପାଇଁ ସମସ୍ତ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ବିମାନବନ୍ଦର ଟର୍ମିନାଲ ପରିସରରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର କିଓସ୍କରେ ଯାତ୍ରୀଙ୍କ ଯାଂଚ କରାଯାଉଛି।

ବର୍ତମାନ ଭୁବନେଶ୍ୱରକୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ ଅଛି। ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ସମାନ ପରିମାଣରେ ବିମାନ ଭୁବନେଶ୍ୱରରୁୁ ଯାଉଛି। ଭୁବନେଶ୍ୱର ବିମାନବନ୍ଦର କାର୍ଯ୍ୟକାରୀ ନିର୍ଦ୍ଦେଶକ ଗୌତମ ରାୟଙ୍କ କହିଛନ୍ତିଲକ୍ଷଣ ଥିବା ୫୫ ବର୍ଷରୁ ଅଧିକ ସମସ୍ତ ଯାତ୍ରୀଙ୍କ ଆଟିଂଜେନ ଟେଷ୍ଟ ବାଧ୍ୟତାମୂଳକ ।

ସମ୍ବନ୍ଧିତ ଖବର