Odisha Sun Times
କଟକ : ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ୍ ଗୁପ୍ତାଙ୍କ ଜାମିନ ଆବେଦନର ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଦୀପକଙ୍କ ନିୟମିତ ଜାମିନ ଆବେଦନର ପୂର୍ଣ୍ଣାଙ୍ଗ ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ଭିଜିଲାନ୍ସ ପକ୍ଷରୁ ବରିଷ୍ଠ ଆଇନଜୀବୀ ଏନ୍.ସି.ପାଣିଗ୍ରାହୀ ମାମଲା ପରିଚାଳନା କରୁଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ଉଲିବୁରୁ ଖଣି ଦୁର୍ନୀତି ମାମଲାର ଶୁଣାଣି କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଚାଲିଥିବା ବେଳେ ପୂର୍ବରୁ ଜାମିନ ପ୍ରସଂଗରେ ଦୀପକ ଏକାଧିକ ଥର ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇ ନିରାଶ ହୋଇଥିଲେ। ନିମ୍ନ ଅଦାଲତରେ ଜାମିନ ଖାରଜ ହେବା ପରେ ୨୦୧୯ରେ ଦୀପକ ପୁଣି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।
Follow Us