ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁନିୟନ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ

ଭୁବନେଶ୍ବର : ୟୁନିୟନ ବ୍ୟାଙ୍କର ସିଇଓ ତଥା ପରିଚାଳନା ନିର୍ଦ୍ଦେଶକ ଏ.ମଣିମେଖଳାଇ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ।

ଏହି ଅବସରରେ ଉଭୟ ଗରିବ ଓ ଦୁର୍ବଳ ବର୍ଗର ଲୋକମାନଙ୍କ ଆର୍ଥିକ ଅନ୍ତର୍ଭୁକ୍ତିକରଣ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । କୃଷକ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ବ୍ୟାଙ୍କର ଆର୍ଥିକ ସହାୟତାକୁ ସଂପ୍ରସାରିତ କରିବାକୁ ମୁଖ୍ୟମନ୍ତ୍ରୀ ମଣିମେଖଳାଇଙ୍କୁ କହିଥିଲେ । ମଣିମେଖଳାଇ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହ ବ୍ୟାଙ୍କର ଆଉଟରିଚ୍ କାର୍ଯ୍ୟକ୍ରମ ଅଧିନରେ କୃଷକ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ଅଧିକ ସହାୟତା ପ୍ରଦାନ କରାଯିବ ।

ଏହି ସାକ୍ଷାତ ଅବସରରେ ୫ଟି ସଚିବ ଭି.କେ.ପାଣ୍ଡିଆନ ଓ ଅନ୍ୟ ୟୁନିୟନ ବ୍ୟାଙ୍କର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

 

ସମ୍ବନ୍ଧିତ ଖବର