ଆଇନଶୃଙ୍ଖଳା ପରିସ୍ଥିତି ଧୀରେ ଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି: ଧର୍ମେନ୍ଦ୍ର ପ୍ରଧାନ

Advertisment

କହିଲେ- ଯେଉଁଠି ଜନପ୍ରତିନିଧି ସୁରକ୍ଷିତ ନୁହନ୍ତି, ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବେ?

କହିଲେ- ଯେଉଁଠି ଜନପ୍ରତିନିଧି ସୁରକ୍ଷିତ ନୁହନ୍ତି, ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବେ?

ଆଇନଶୃଙ୍ଖଳା ପରିସ୍ଥିତି ଧୀରେ ଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ମଝି ରାସ୍ତାରେ ଅଟକାଇ ଗାଡ଼ି ଚାଳକ ଓ ସୁରକ୍ଷାକର୍ମୀଙ୍କୁ ଦିନ ଦ୍ୱିପହରରେ ଆକ୍ରମଣ କରିବା ଘଟଣାକୁ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିନ୍ଦା କରିଛନ୍ତି।

ଶ୍ର ପ୍ରଧାନ କହିଛନ୍ତି ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ଆକ୍ରୋଶ ରଖି ହେଉଥିବା ଆକ୍ରମଣରୁ ସ୍ପଷ୍ଟ ମନେ ହେଉଛି ଯେ ଆଇନଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି, ଯାହା ରାଜ୍ୟ ପାଇଁ ଶୁଭଙ୍କର ନୁହେଁ । ଯେଉଁଠି ଜନପ୍ରତିନିଧି ସୁରକ୍ଷିତ ନୁହନ୍ତି, ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବେ ? ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ  ପୁଲିସ ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ସୂଚନାଯୋଗ୍ୟ, ଆଜି ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ବାଦିବାହାଲ ଗାଁରେ ଏକ କାର୍ଯ୍ୟକ୍ରମ ସାରି ନିଜ ଗାଁ ନଅଗାଁ(ଖ)କୁ ଫେରୁଥିଲେ। ହଠାତ ବଲାଙ୍ଗୀର-ସମ୍ୱଲପୁର ୨୬ ନମ୍ବର ଜାତୀୟ ରାଜପଥର ବୁର୍ଡା ଛକ ଠାରେ ଦୁଇଜଣ ଯୁବକ ବାଇକରେ ଆସି ଗାଡିକୁ ଅଟକାଇ ସାମ୍ନାରେ ବାଇକ ରଖିଦେଇଥିଲେ । ପିଏସ୍‌ଓ ଶଂକର ବରିହା ଏବଂ ଡ୍ରାଇଭର ଦେବରାଜ ନାଗ ବାଇକକୁ ସେଠାରୁ ହଟାଇଦେବା ପାଇଁ କହିଥିଲେ । ତାପରେ ସଂଗେ ସଂଗେ ଦୁଇ ଯୁବକ ଡ୍ରାଇଭର ଏଵଂ ପିଏସ୍‌ଓଙ୍କୁ ଆକ୍ରମଣ କରିଥିଲେ । ଦୁଇଜଣ ତଲେ ପଡିଯିବାରୁ ଗୁରୁତର ଭାବେ ଆହତ ହୋଇଥିଲେ।

publive-image

ବିଧାୟକ ଗାଡିରୁ ଓହ୍ଲାଇବା ପରେ ଦୁଇ ଦୁର୍ବୃତ୍ତ ଫେରାର ମାରିଥିଲେ। ଗୁରୁତର ଡ୍ରାଇଭର ଏବଂ ପିଏସ୍ଓ‌ଙ୍କୁ ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ଲୋଇସିଂହା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଆକ୍ରମଣକାରୀ ଦୁଇ ଯୁବକ ଫେରାର ଥିବା ଜଣାପଡିଛି । ତେବେ ଦୁର୍ବୃତ୍ତଙ୍କ ଆକ୍ରମଣରେ ବିଧାୟକ ଓ ତାଙ୍କର ଗାଡ଼ି କିଛି କ୍ଷତି ହୋଇ ନଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe