ବ୍ରହ୍ମପୁରରେ ଆଇଜରର ନୂତନ ଛାତ୍ରାବାସ ଲୋକାର୍ପିତ, ନିର୍ମାଣ କାମ ପରିଦର୍ଶନ ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

Advertisment

ଆଇଜର କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କଲେ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷାନୁଷ୍ଠାନ ପରିସରରେ ବୃକ୍ଷରୋପଣ କଲେ

ଆଇଜର କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କଲେ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷାନୁଷ୍ଠାନ ପରିସରରେ ବୃକ୍ଷରୋପଣ କଲେ

ବ୍ରହ୍ମପୁରରେ ଆଇଜରର ନୂତନ ଛାତ୍ରାବାସ ଲୋକାର୍ପିତ, ନିର୍ମାଣ କାମ ପରିଦର୍ଶନ ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ବ୍ରହ୍ମପୁର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର କନିଷିସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ(ଆଇଜର)ର ନୂତନ ଛାତ୍ରାବାସର ଲୋକାର୍ପଣ କରିବା ସହ କ୍ୟାମ୍ପସର ନିର୍ମାଣ କାର୍ଯ୍ୟ ଗୁଡ଼ିକୁ ପରଦର୍ଶନ କରିଛନ୍ତି ।

ଶ୍ରୀ ପ୍ରଧାନ ଶିକ୍ଷାନୁଷ୍ଠାନର ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ପ୍ରାଧ୍ୟାପକଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । ଏହି ଶିକ୍ଷା କେନ୍ଦ୍ର ଅଭିନବ ଶିକ୍ଷା ପଦ୍ଧତିରେ ବିଜ୍ଞାନ ଶିକ୍ଷାକୁ ବଢ଼ାଇବା ସହ ପୂର୍ବାଞ୍ଚଳରେ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶିକ୍ଷାନୁଷ୍ଠାନ ପରିସରରେ ବୃକ୍ଷରୋପଣ କରିବା ସହ କ୍ୟାମ୍ପସରେ ବ୍ୟାପକ ଚାରାରୋପଣ କରିବାକୁ ପରାମର୍ଶ ଦେଇଥିଲେ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ‌ଏ ନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟୁଇଟ୍‌ରେ ସେ କହିଛନ୍ତି ଯେ, ଏହି ମନ୍ଦିର ରାଜ୍ୟବାସୀଙ୍କ ଧାର୍ମିକ, ଆଧ୍ୟାତ୍ମିକ, ସାମାଜିକ ଓ ସାଂସ୍କୃତିକ ଭାବାବେଗ ସହ ଯୋଡ଼ି ହୋଇ ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe