‘ସମ୍ବାଦ’ ସଂପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Advertisment
‘ସମ୍ବାଦ’ ସଂପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ‘ସମ୍ବାଦ’ ସଂପାଦକ ତଥା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କୁ ଆଜି ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକ ଟୁଇଟ୍‌ କରି ସୌମ୍ୟରଂଜନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଉଲ୍ଲେଖଯୋଗ୍ୟ, ‘ସମ୍ବାଦ’ ସଂପାଦକ ତଥା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ଜନ୍ମ ଦିବସକୁ ଆଜି ସମଗ୍ର ରାଜ୍ୟରେ ଯୁବ ସ୍ୱାଭିମାନ ଦିବସ ରୂପେ ପାଳନ କରାଯାଉଛି। ଏହି ଅବସରରେ ଆଜି ଆମ ଓଡ଼ିଶା ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି। କଟକର ଶାରଳା ଭବନ ଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରା ଯାଇଥିବା ବେଳେ ‘ସମ୍ବାଦ’ର ମୁଖ୍ୟାଳୟ ସମ୍ବାଦ ଭବନ ଓ ଶ୍ରୀ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ଖଣ୍ଡପଡ଼ା ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନମାନଙ୍କରେ ମଧ୍ୟ ଆଜିର ଦିନକୁ ଯୁବ ସ୍ୱାଭିମାନ ଦିବସ ରୂପେ ପାଳନ କରାଯିବା ସହ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe