ପୁରୀରେ ‘ଏଏସ୍‌ଆଇ’ର ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା ନିଷ୍ପତ୍ତି; ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟର ଗୌରବମୟ ଐତିହ୍ୟ ଓ କୀର୍ତ୍ତିରାଜିକୁ ସଂରକ୍ଷଣ କରିବା ଦିଗରେ ବଡ଼ ପଦକ୍ଷେପ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ) ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଥିବା ବେଳେ ଏହାକୁ ସ୍ୱାଗତ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେ ଟ୍ୱିଟ୍ କରି କହିଛନ୍ତି ଐତିହ୍ୟ, ସଂସ୍କୃତି ଓ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଓଡ଼ିଶା । ଆମର ସମୃଦ୍ଧ ପରମ୍ପରା, ଐତିହ୍ୟ ଓ ଗୌରବମୟ ସଭ୍ୟତାକୁ ପୁର୍ନସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିରନ୍ତର ଉଦ୍ୟମ କରୁଛନ୍ତି । ରାଜ୍ୟର ଗୌରବମୟ ସଂସ୍କୃତି ଓ ଐତିହ୍ୟକୁ ସୁରକ୍ଷିତ ଏବଂ ସଂରକ୍ଷଣ କରିବା ଦିଗରେ ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ସ୍ଥାପନ ନିଷ୍ପତି ଏକ ବଡ଼ ପଦକ୍ଷେପ । ରାଷ୍ଟ୍ରପତି ହେବା ପରେ ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡ଼ିଶା ଗସ୍ତର ଅବ୍ୟବହିତ ପୂର୍ବରୁ ଏହି ପଦକ୍ଷେପ ନେଇଥିବାରୁ କେନ୍ଦ୍ରମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି କିଷାନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସମ୍ବନ୍ଧିତ ଖବର