ରାଉରକେଲା: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଶୋକାଵାର୍ତ୍ତାରେ କହିଛନ୍ତି,"ଆମ ଦଳର ବରିଷ୍ଠ ନେତା ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଅନେକ ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଜୁଏଲ ଭାଇଙ୍କ ଘରକୁ ଯିବା ସମୟରେ ତାଙ୍କ ପରିବାର ସଦସ୍ୟଙ୍କ ଠାରୁ ମୋତେ ବହୁତ ସ୍ନେହ ଆଦର ମିଳିଛି।
ଜଣେ ପରିବାରର ସଦସ୍ୟ ଭାବେ ଶ୍ରୀମତୀ ଝିଙ୍ଗିଆଙ୍କ ପରି ଧର୍ମପରାୟଣା ମହିଳାଙ୍କ ଅକାଳ ବିୟୋଗ ମୋତେ ବ୍ୟଥିତ କରିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ"।
ଏଣେ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ ଓ ରାଜ୍ୟସଭା ସଦସ୍ୟ ରାଜୀବ ଶୁକ୍ଳା ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/08/e74065fd-864b-4877-b33f-3f69d0f1975e-1.jpeg)