କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟରେ ସେଣ୍ଟର୍‌ ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋଟେକ୍ନୋଲୋଜି ପ୍ରତିଷ୍ଠା କରିବା ଦିଗରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର ‌ସେଥିରେ ଉଲ୍ଲେଖ କରିଛନ୍ତି ଯେ, ଅପାର ସମ୍ଭାବନାର ରାଜ୍ୟ ଓଡ଼ିଶାରେ ସୁଦୀର୍ଘ ସୁନ୍ଦର ବେଳାଭୂମି ଶତାବ୍ଦୀ ଶତାବ୍ଦୀ ଧରି ରାଜ୍ୟର ଏକ ସ୍ବକୀୟ ପରିଚୟ ଭାବରେ ପରିଗଣିତ ହୋଇଛି । ମତ୍ସ୍ୟ ଚାଷ, ପର୍ଯ୍ୟଟନ, ବାଣିଜ୍ୟ ଏବଂ ଲଜିଷ୍ଟିକ୍ ତଥା ଆନୁଷଙ୍ଗିକ କାମରେ ନିୟୋଜିତ ଥିବା ବିଭିନ୍ନ ବର୍ଗର ଲକ୍ଷାଧିକ ଲୋକଙ୍କୁ ଏହି ବେଳାଭୂମି ରୋଜଗାର ଦେଉଛି ।

ସେହିପରି ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, କୋଣାର୍କ ସୂର୍ଯ୍ୟ ମନ୍ଦିର, ଚିଲିକା ହ୍ରଦ ଏବଂ ଭିତରକନିକା ଜାତୀୟ ଉଦ୍ୟାନ ଓଡ଼ିଶାର ପର୍ଯ୍ୟଟନ । ପାରାଦୀପ ବନ୍ଦର, ଆଇଓସିଏଲ ପାରାଦୀପ ବିଶୋଧନାଗାର, ପାରାଦୀପ ସ୍ମାର୍ଟ୍ ବନ୍ଦର ସହର ଭଳି ସଂପ୍ରସାରଣ ଓ ଆଧାରିତ ଅର୍ଥନୀତିର ସଠିକ୍ ସମ୍ଭାବନାର ସମ୍ଭାର ଖୋଲିବା ସହ ଓଡ଼ିଶା ଓ ପୂର୍ବ ଭାରତକୁ ପ୍ରଗତିର ପଥରେ ଆଗେଇ ନେବ । ତେଣୁ ବିଶେଷ ଭାବରେ ଯେତେବେଳେ ଆମେ ସାମୁଦ୍ରିକ ବାୟୋ-ଟେକ୍ନୋଲୋଜି ଜରିଆରେ ନୂତନ ଭିତ୍ତିଭୂମି ବିକଶିତ କରୁଅଛେ, ସେହି ସମୟରେ ଏହି ଉତ୍କୃଷ୍ଟ ସାମୁଦ୍ରିକ ପରିସଂସ୍ଥାନ ଯଥା ଅଲିଭ୍ ରିଡଲେ କଇଁଛଙ୍କ ଅଣ୍ଡାଦେବା ସ୍ଥାନ ଏବଂ ଉପକୂଳ ଅଂଚଳରେ ଥିବା ଗଛ ବିଶେଷ ଭାବରେ ଲୁଣି ହେନ୍ତାଳ ଗଛ ଗୁଡିକର ସଂରକ୍ଷଣ ପାଇଁ ପୁଞ୍ଜିନିବେଶ କରିଯିବା ଏକାନ୍ତ ଆବଶ୍ୟକ ।  ଓଡ଼ିଶାର ଉତ୍କୃଷ୍ଟ ସାମୁଦ୍ରିକ ପରିସଂସ୍ଥାନର ସନ୍ତୁଳନ ଏବଂ ଏହାର ନୀଳ ଅର୍ଥନୀତିର ଅଭିବୃଦ୍ଧି ପରିପ୍ରେକ୍ଷୀରେ ଏହିସବୁ କ୍ଷେତ୍ର ଗୁଡ଼ିକରେ ବୈଜ୍ଞାନିକ ଗବେଷଣା ଉପରେ ଅଧିକ ଧ୍ୟାନଦେବା ନେଇ ପ୍ରୋତ୍ସାହନା ଦେବାର ଆବଶ୍ୟକତା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି କହିଛନ୍ତି ।

ସମ୍ବନ୍ଧିତ ଖବର