ଉତ୍କଳ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ ୧ ବର୍ଷର ଦରମା ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: କେନ୍ଦ୍ର ପେଟ୍ରୋଲିୟମ୍‌, ପ୍ରାକୃତିକ ଗ୍ୟାସ୍‌ ଓ ଇସ୍ପାତ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ନିଜର ୧ ବର୍ଷର ଦରମା ପ୍ରଦାନ କରିଛନ୍ତି । ରାଜ୍ୟପାଳ ଗଣେଶୀ ଲାଲ୍‌ ଟୁଇଟ୍ ଜରିଆରେ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୯ରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ ବିଶ୍ୱବିଦ୍ୟାଳୟର ପୂରାତନ ଛାତ୍ର ଭାବରେ ‘ଆଲୁମିନି ଅନୁଦାନ ପାଣ୍ଠି’ ଖୋଲିବା ପାଇଁ ପରାମର୍ଶ ଦେବା ସହ ୧ ବର୍ଷର ଦରମା ଦେବା ପାଇଁ ଘୋଷଣା କରିଥିଲେ ।

ଉତ୍କଳ ବିଶ୍ୱବିଦ୍ୟାଳୟରେ ଭିତ୍ତିଭୂମି ସୁବିଧା ବଢ଼ାଇବା ତଥା ଛାତ୍ରଛାତ୍ରୀ, ପ୍ରାଧ୍ୟାପକ ଓ କର୍ମଚାରୀଙ୍କ ସୁବିଧା ପାଇଁ ‘ଆଲୁମିନି ଅନୁଦାନ ପାଣ୍ଠି’ ଗଠନ କରିବା ସହ ଏଥିରେ ପୂରାତନ ଛାତ୍ରଛାତ୍ରୀଙ୍କ ଆର୍ଥିକ ସହଯୋଗ ଦେବା ପାଇଁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଥିଲେ।

ସମ୍ବନ୍ଧିତ ଖବର