ଭୁବନେଶ୍ୱର : କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଥାଓ୍ଵର ଚନ୍ଦ ଗହଲୋତ ଆସନ୍ତା ୨୩ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ କଟକ ଜିଲ୍ଲା ଅଡସପୁରରେ ସ୍ୱାମୀ ବିବେକାନନ୍ଦ ଜାତୀୟ ଥଇଥାନ ପ୍ରଶିକ୍ଷଣ ଓ ଅନୁସନ୍ଧାନ ସଂସ୍ଥାର ୧୦୦ଟି ଶଯ୍ୟା ବିଶିଷ୍ଟ ଏକ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ସନ୍ଧ୍ୟାରେ ସେ ନୂଆଦିଲ୍ଲୀ ଫେରିଯିବେ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି।
କେନ୍ଦ୍ର ସାମାଜିକ ନ୍ୟାୟ ମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ୨୩ରେ
Advertisment
Follow Us