୧୯ ଏପ୍ରିଲରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ

କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏପ୍ରିଲ ୧୯ ତାରିଖରେ ଭୁବନେଶ୍ୱର ଆସି ବରମୁଣ୍ଡା ଗ୍ରାଉଣ୍ଡରେ ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି...

Union Minister Nitin Gadkari to visit Odisha on April 19

Union Minister Nitin Gadkari to visit Odisha on April 19 Photograph: (sambad.in)

ଭୁବନେଶ୍ୱର: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏପ୍ରିଲ ୧୯ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୋମବାର ସୂଚନା ଦେଇଛନ୍ତି।

ସାମ୍ବାଦିକମାନଙ୍କ ସହ ଆଲୋଚନା ସମୟରେ ସେ କହିଛନ୍ତି ଯେ, ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ଏପ୍ରିଲ ୧୯ ତାରିଖରେ ଭୁବନେଶ୍ୱର ଆସି ବରମୁଣ୍ଡା ଗ୍ରାଉଣ୍ଡରେ ରାଜ୍ୟ ପାଇଁ ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢ଼ନ୍ତୁ: ଦିବ୍ୟାଙ୍ଗ ମହିଳାଙ୍କ ପିଲା ଚୋରି: ସନ୍ଦିଗ୍ଧ ବ୍ୟକ୍ତି ଅଟକ

ଓଡ଼ିଶା ପାଇଁ ଏବେ ସୁବର୍ଣ୍ଣ ଯୁଗ, କାରଣ ଡବଲ ଇଞ୍ଜିନ ସରକାର ଅଧୀନରେ ବିକାଶ ପାଇଁ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ କେନ୍ଦ୍ରୀୟ ନେତୃତ୍ୱ ରାଜ୍ୟକୁ ଆସୁଛନ୍ତି, ବୋଲି ସେ କହିଛନ୍ତି।

ସେ କହିଛନ୍ତି ଯେ, ସମ୍ପ୍ରତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ରାଜ୍ୟ ଗସ୍ତରେ ଆସି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି-ପିଏମଜେଏୱାଇ) ଆରମ୍ଭ କରିଥିଲେ।  ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସରକାର ଗୁରୁତ୍ବ ଦେଉଥିବା ସେ କହିଛନ୍ତି।

ଅଧିକ ପଢ଼ନ୍ତୁ: ପଶ୍ଚିମବଙ୍ଗ ହିଂସାକୁ ନେଇ ସୁପ୍ରିମକୋର୍ଟରେ ମାମଲା

 nitin gadkari | Odisha 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe