ବାଲେଶ୍ବର : କେନ୍ଦ୍ର ଅଣୁ, କ୍ଷୁଦ୍ର ଓ ମଧୢମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଓ ମତ୍ସ୍ୟ ସମ୍ପଦ ମନ୍ତ୍ରାଳୟ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ ପରେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ପ୍ରଥମ ଥର ପାଇଁ ବାଲେଶ୍ବର ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶ୍ରୀ ଷଡ଼ଙ୍ଗୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀମାନଙ୍କ ସହ ବୈଠକ କରି ବିଭାଗୀୟ କାର୍ଯ୍ୟକ୍ରମ ଓ ଯୋଜନା ସମ୍ପର୍କରେ ଆଲୋଚନା କରିଛନ୍ତିି। ବାଲେଶ୍ବର ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ବୈଠକରେ ଜିଲ୍ଲାବାସୀଙ୍କ ତରଫରୁ ଜିଲ୍ଲାପାଳ ରମେଶ ଚନ୍ଦ୍ର ରାଉତ ପ୍ରଥମେ ଶ୍ରୀ ଷଡ଼ଙ୍ଗୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ପରେ ମନ୍ତ୍ରୀ ବିଭାଗୀୟ କାର୍ଯ୍ୟକ୍ରମ ଓ ଯୋଜନାଗୁଡ଼ିକ ସମ୍ପର୍କରେ ଆଲୋଚନା କରିଥିଲେ। ବାଲେଶ୍ବର ଜିଲ୍ଲାରେ ମତ୍ସ୍ୟ ଉତ୍ପାଦନ ବଢ଼ାଇବା ଲାଗି ଯଥେଷ୍ଟ ସମ୍ଭାବନା ଏବ˚ ସୁଯୋଗ ରହିଥିବା ବେଳେ ଏ ସ˚ପର୍କିତ ଭିଜନ ଡକ୍ୟୁମେଣ୍ଟ, ବ୍ଲୁ-ପ୍ରିଣ୍ଟ ବ୍ୟୟ ଅଟକଳ ଓ ଯୋଜନା ପ୍ରସ୍ତୁତ କରି ଉପସ୍ଥାପନ କରିବାକୁ ସେ ପରାମର୍ଶ ଦେଇଥିଲେ। ନୂତନ ଶିଳ୍ପ ପ୍ରତିଷ୍ଠା ପାଇଁ ଉଦ୍ୟୋଗୀମାନଙ୍କୁ ସମସ୍ତ ପ୍ରକାର ପ୍ରୋତ୍ସାହନ ଦିଆଯିବା ସହ ଉତ୍ପାଦିତ ସାମଗ୍ରୀର ବିପଣନ ଦିଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ଷଡ଼ଙ୍ଗୀ ପ୍ରତିଶ୍ରୁତି ଦେଇଥିଲେ।
ବାଲେଶ୍ବରରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ
/sambad/media/post_attachments/wp-content/uploads/2019/06/pratap-sarangi.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)