ନୂଆଦିଲ୍ଲୀ: ପୁରୀ ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯିବ । ଏହି ନିଷ୍ପତ୍ତି ନେଇ ଲୋକମାନଙ୍କର ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଉଥିବାରୁ ଛତିଶାନିଯୋଗ ଓ ମନ୍ଦିର ପ୍ରଶାସନକୁ ଟ୍ୱିଟ୍ ଯୋଗେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ରାଜ୍ୟ ସରକାର ଓ ପ୍ରଶାସନର ନିୟମ ମାନି ଦର୍ଶନ କରିବାକୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରଧାନ ।
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ “ଓଡ଼ିଶାର ଲୋକଙ୍କ ଭାବାବେଗ ସହ ଜଡ଼ିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯିବା ଅତି ଆନନ୍ଦର ବିଷୟ । ଲୋକମାନଙ୍କର ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଇ ଶ୍ରୀମନ୍ଦିର ଖୋଲିବାକୁ ନିର୍ଣ୍ଣୟ ନେଇଥିବାରୁ ଛତିଶାନିଯୋଗ ଏବଂ ମନ୍ଦିର ପ୍ରଶାସନକୁ ଧନ୍ୟବାଦ ଜଣାଉଛି। ”
भाव और भक्ति के सर्वोत्तम नाथ महाप्रभु जगन्नाथ के श्री मंदिर के कपाट श्रद्धालुओं के लिए आगामी 23 दिसंबर से खोलने की अनुमति एक सुखद अनुभूति का अहसास दे रही है।
धार्मिक भावनाओं को ध्यान रख यह निर्णय लेने के लिए मैं छत्तीसा नियोग और मंदिर प्रशासन का अभिनंदन करता हूँ। pic.twitter.com/9kv2ZSKhuD
— Dharmendra Pradhan (@dpradhanbjp) December 14, 2020
କରୋନା ସଂକ୍ରମଣର ବିପଦକୁ ଧ୍ୟାନରେ ରଖି ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସମସ୍ତ ନୀତି ଓ ନିୟମକୁ ପାଳନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇବା ପାଇଁ ଅପେକ୍ଷାରତ ସମସ୍ତ ଶ୍ରଦ୍ଧାଳୁଙ୍କୁ ଟ୍ୱିଟ କରି ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/12/145486-mdrzdlmtek-1596551491.jpg)