ଭୁବନେଶ୍ୱର : କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାରଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହାପରେ ପୁରୀ ଗସ୍ତ କରି ରେଳ କର୍ମଚାରୀ, ସ୍ୱେଚ୍ଛାସେବୀଙ୍କ ସହ ବୈଠକ କରି ରଥ ଯାତ୍ରା ପାଇଁ ରେଳ ବିଭାଗ ପକ୍ଷରୁ କରାଯାଇଥିବା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

Advertisment

ଆଜି ପୂର୍ବାହ୍ନରେ ଶ୍ରୀ ବୈଷ୍ଣବ ପୁରୀରେ ରଥଯାତ୍ରା ଦେଖିବେ। ପୁରୀ ବଡ଼ଦାଣ୍ଡଠାରେ କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ(ସିବିସି), ଭୁବନେଶ୍ୱର ପକ୍ଷରୁ ଆୟୋଜିତ ଏକ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ। ଏହି ପ୍ରଦର୍ଶନୀ ‘କେନ୍ଦ୍ର ସରକାରଙ୍କ ୯ ବର୍ଷର ସେବା, ସୁଶାସନ, ଗରିବ କଲ୍ୟାଣ ଓ ମିସନ’ ବିଷୟବସ୍ତୁ ଉପରେ ଆୟୋଜନ କରାଯିବ। ଏହାପରେ କେନ୍ଦ୍ରମନ୍ତ୍ରୀ ବାଲେଶ୍ୱର ଜିଲ୍ଲା ବାହାନଗା ବଜାରକୁ ଯାଇ ସ୍ଥାନୀୟ ଲୋକଙ୍କୁ ଭେଟିବେ। ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଓ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ। ଏହାବ୍ୟତୀତ ଶ୍ରୀ ବୈଷ୍ଣବ ବାଲେଶ୍ୱର ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହିତ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ।