ମୁରିବାହାଲ: ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ୍ ଜାମୁଟ ଗାଁର ଡୁଙ୍ଗୁରି ଖେଳପଡ଼ିଆ ନିକଟ ଜମିରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗାଁର କିଛି ଯୁବକ ମୃତଦେହକୁ ଦେଖି ମୁରିବାହାଲ ଥାନା ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଥାନା କେସ୍ ନଂ ୧୧/୨୩ରେ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ସିପୋରା ସରାୟ ଲୁଗୁନ ପ୍ରକାଶ କରିଛନ୍ତି।
ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
/sambad/media/post_attachments/wp-content/uploads/2023/06/dead-fff.jpg)