ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୧୧୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୧୧୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୧୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ କରୋନା ମାମଲା ୪୮୨୫୬ରେ ପହଞ୍ଚିଛି। ସେହିପରି ଏବେ ବି ୮୯୪୭ଟି ସକ୍ରିୟ ମାମଲା ରହିଛି।

ଏଥିସହିତ ଗତ ୨୪ ଘଣ୍ଟା ମଧ୍ୟରେ ୬୫୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାବତ ଏହି ମହାମାରୀରେ ଆକ୍ରାନ୍ତ ହୋଇ ୨୭୨ଜଣ ଲୋକଙ୍କ ପ୍ରାଣ ଗଲାଣି। ଆଜି ଚିହ୍ନଟ ହୋଇଥିବା ୧୧୧୬ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୭୭ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୩୯ଜଣ ରହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe