କୋଟିଆ ପାଇଁ ତତ୍ପରତା, କମିଟି ଗଠନ ହେବ

Advertisment

କୋଟିଆର କିଛି ଲୋକ ଆନ୍ଧ୍ରପ୍ରଦେଶରେ ରହିବାକୁ ସେଠାକାର ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ସୋମବାର ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ଆଜି ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ସରକାର ତତ୍ପରତା ପ୍ରକାଶ କରିଛନ୍ତି।

କୋଟିଆର କିଛି ଲୋକ ଆନ୍ଧ୍ରପ୍ରଦେଶରେ ରହିବାକୁ ସେଠାକାର ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ସୋମବାର ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ଆଜି ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ସରକାର ତତ୍ପରତା ପ୍ରକାଶ କରିଛନ୍ତି।

ddfcvcvcv

ଭୁବନେଶ୍ବର: କୋଟିଆର କିଛି ଲୋକ ଆନ୍ଧ୍ରପ୍ରଦେଶରେ ରହିବାକୁ ସେଠାକାର ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ସୋମବାର ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ଆଜି ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ସରକାର ତତ୍ପରତା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସମ୍ପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯିବ। କମିଟି ବର୍ତ୍ତମାନ ସ୍ଥିତି ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ। ବୈଠକରେ ରାଜସ୍ବ ମନ୍ତ୍ରୀ ଶ୍ରୀ ପୂଜାରୀଙ୍କ ସମେତ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ, ଗୃହ ବିଭାଗର  ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ସଚିବ, ପୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ ଓ କୋରାପୁଟ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ। ନବରଙ୍ଗପୁର ଠାରୁ ଆଭାସୀ ଜରିଆରେ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଡ଼ି ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe