ଜଷ୍ଟିସ୍‌ ଯଶୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କ ଶପଥ ଗ୍ରହଣ

କଟକ : ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଯଶୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍‌. ମୁରଲୀଧର ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ। କୋଭିଡ ନିୟମାବଳୀ ପାଳନ କରି ଆୟୋଜିତ କାର୍ଯ୍ୟକ୍ରମରେ ହାଇକୋର୍ଟର ସମସ୍ତ ବିଚାରପତି ଉପସ୍ଥିତ ଥିଲେ।

ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଯଶୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ଗତ ୬ ତାରିଖ ଦିନ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ ମଧ୍ୟ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଆଜି ଦୁଇ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୪ରେ ପହଞ୍ଚିଛି। ଏଠାରେ ସୂଚନା ଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭।

ସମ୍ବନ୍ଧିତ ଖବର