ବିଧାନସଭାରେ ଉତ୍କଳକେଶରୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ‌ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ବାଚସ୍ପତି ପ୍ରଦୀପ ଅମାତ, ଉପବାଚସ୍ପତି ସାନନ୍ଦ ମାର୍ଣ୍ଡି, ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରା, ମହିଳା ଓ ଶିଶୁ ବିକାଶ ଏବଂ ମିସନ ଶକ୍ତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଉଚ୍ଚଶିକ୍ଷା ଓ ଶିଳ୍ପମନ୍ତ୍ରୀ ଅନନ୍ତ ଦାସ, ସରକାରୀ ମୁଖ୍ୟ ସଚେତକ ଅମର ପ୍ରସାଦ ଶତପଥୀ, ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ସମେତ ଉତ୍କଳ ସମ୍ମିଳନୀ କର୍ମକର୍ତ୍ତାମାନେ ଡ. ମହତାବଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ବିଧାନସଭା ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବପ୍ରସାଦ ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଅମିୟ ପ୍ରସାଦ ଷଡ଼ଙ୍ଗୀ ପରିଚାଳନାରେ ସହଯୋଗ କରିଥିବା ବେଳେ ଶାଶ୍ବତୀ ସାମାଜିକ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଦେଶାତ୍ମବୋଧ ସଙ୍ଗୀତ ପରିବେଷଣ କରାଯାଇଥିଲା।

ସମ୍ବନ୍ଧିତ ଖବର