ଭୁବନେଶ୍ବର: ଆସନ୍ତା ୧୧ ତାରିଖ ଠାରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପିଜି କାଉନସିଲ ସମ୍ମିଳନୀ ଗୃହରେ ଏହି ବୈଠକ ଆୟୋଜନ ହୋଇଛି। ବୈଠକ ପରେ କୁଳପତି ସବିତା ଆଚାର୍ଯ୍ୟ ସୂଚନା ଦେଇଛନ୍ତି ଯେ, ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ତିନିଦିନ ତଳର କୋଭିଡ ନେଗେଟିଭ ରିପୋର୍ଟ ପ୍ରଦର୍ଶନ ଆଧାରରେ ଅନ୍ତେବାସୀଙ୍କୁ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ। ଯେଉଁମାନଙ୍କ ପାଖରେ ଟେଷ୍ଟ ରିପୋର୍ଟ ନଥିବ ସେମାନଙ୍କ ଲାଗି କ୍ୟାମ୍ପସରେ ଏକ କୋଭିଡ ଟେଷ୍ଟ କ୍ୟାମ୍ପ ଖୋଲାଯିବ। ସେଠାରେ ମାଗଣାରେ ଟେଷ୍ଟ କରାଯାଇ ଛଡ଼ାଯିବ। ପୂରା କ୍ୟାମ୍ପସକୁ ବିଶୋଧନ କରାଯିବ। କୋଭିଡ ନିୟମ ପାଳନ କରାଯାଇ ଶିକ୍ଷାଦାନ କରାଯିବ। ସବୁ ବିଭାଗୀୟ ମୁଖ୍ୟ ଓ ହଷ୍ଟେଲ ସୁପରିଣ୍ଟେଡେଣ୍ଟ ଙ୍କ ସହ ବୈଠକ ପରେ ସୂଚନା ଦେଲେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ସବିତା ଆଚାର୍ଯ୍ୟ।
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ: କୁଳପତି
୧୧ ତାରିଖରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି
/sambad/media/post_attachments/wp-content/uploads/2020/04/Utkal-UNiversity.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)