ସୁନ୍ଦରଗଡ଼ଠାରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ଅନାବରଣ

ସୁନ୍ଦରଗଡ଼: ମଙ୍ଗଳବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଭବନ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୦ ଫୁଟ ଉଚ୍ଚତାର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଏବଂ ଅବକାରୀ ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଯୋଗଦେଇ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି I କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ କୁନ୍ତୀ ପ୍ରଧାନ, ସୁନ୍ଦରଗଡ଼ ପୌର ଅଧ୍ୟକ୍ଷା ତନୟା ମିଶ୍ର, ଜିଲ୍ଲାପାଳ ଡ. ପରାଗ ହର୍ଷଦ ଗଭାଲି, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ରବି ନାରାୟଣ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ଅଭିମନ୍ୟୁ ବେହେରା, ଆଇଏଏସ୍ ଶିକ୍ଷାନବିସ ରିନା ପ୍ରଧାନ, ସଦର ଉପ ଜିଲ୍ଲାପାଳ ଦାଶରଥି ସରାବୁ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ, ରାଜ୍ୟ ପ୍ରତ୍ନତତ୍ତ୍ଵ ବିଭାଗ ଅଧିକାରୀ ତଥା ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଜିଲ୍ଲା କାର୍ଯ୍ୟାଳୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ I

ପ୍ରତିମୂର୍ତ୍ତିକୁ ନେଇ ପ୍ରତିକ୍ରିୟା
ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ ପରେ ବୁଦ୍ଧିଜୀବୀ ମହଲରୁ କିଛି ଭିନ୍ନ ପ୍ରତିକ୍ରିୟା ଆସିଛି। ଉତ୍କଳମଣିଙ୍କ ଚେହେରା ସହ ପ୍ରତିମୂର୍ତ୍ତି ମେଳ ଖାଉ ନଥିବା ଅଭିଯୋଗ ହୋଇଛି। ପୂଜ୍ୟପୂଜା ନାମରେ ଏଭଳି ଭିନ୍ନ ଚେହେରାର ପ୍ରତିମୂର୍ତ୍ତି ସ୍ଥାପନ ମହାପୁରୁଷଙ୍କ ପ୍ରତି ଅପମାନ ବୋଲି ବିଭିନ୍ନ ମହଲରେ ଆଲୋଚନା ହେଉଛି।

ସମ୍ବନ୍ଧିତ ଖବର