ଆଜି ୧୦ ଜିଲ୍ଲାରେ ଟିକାକରଣ ବନ୍ଦ

Advertisment

ଟିକାକରଣ ୬୫ଲକ୍ଷ ଟପିଲା

ଟିକାକରଣ ୬୫ଲକ୍ଷ ଟପିଲା

ସମସ୍ତଙ୍କୁ ଟିକା ଦେବାରେ ଭୁବନେଶ୍ବର ହେବ ପ୍ରଥମ ସହର!

ValuePenguin

ଭୁବନେଶ୍ବର : ଆଜି ରାଜ୍ୟର ୧୦ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିବ। ଅନୁଗୁଳ, ବାଲେଶ୍ବର, ବରଗଡ଼, ଜଗତସିଂହପୁର, ଖୋର୍ଧା, କୋରାପୁଟ, ମାଲକାନଗିରି, ନୟାଗଡ଼, ରାୟଗଡ଼ା ଓ ସୋନପୁରରେ ଟିକାକରଣ ହେବ ନାହିଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟରେ ସମୁଦାୟ ୨୧୭ଟି ଟିକାକରଣ ଅଧିବେଶନ ଅନୁଷ୍ଠିତ ହେବ।

ଶୁକ୍ରବାର ରାଜ୍ୟରେ ସମୁଦାୟ ୩୨୧ଟି ଟିକାକରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ୪୪ହଜାର ୩୪୪ଜଣଙ୍କୁ କରୋନା ଟିକା ଦିଆଯାଇଛି। ଏଥିରେ ୪୫ ବର୍ଷରୁ ଅଧିକ ୨୧ହଜାର ୯୩୩ଜଣଙ୍କୁ ଦ୍ବିତୀୟ ଡୋଜ୍, ୫୭୫୨ଜଣଙ୍କୁ ପ୍ରଥମ, ୧୮-୪୪ବର୍ଷର ୧୪ହଜାର ୫୧୪ଜଣ ଟିକା ନେଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ୬୩ଲକ୍ଷ ୩୩ହଜାର ୫୮୪ଜଣ କରୋନା ଟିକା ନେଇ ସାରିଲେଣି। ସେହିପରି ରାଜ୍ୟରେ ପଞ୍ଜୀକୃତ ହୋଇଥିବା ସ୍ବାସ୍ଥ୍ୟକର୍ମୀଙ୍କ ମଧ୍ୟରୁ ୯୭ପ୍ରତିଶତ ପ୍ରଥମ, ୮୭ ପ୍ରତିଶତ ଦ୍ବିତୀୟ, ଆଗଧାଡ଼ିର ଯୋଦ୍ଧାଙ୍କ ମଧ୍ୟରୁ ୧୦୩ ପ୍ରତିଶତ ପ୍ରଥମ ଓ ୮୯ ପ୍ରତିଶତ ଦ୍ବିତୀୟ ଡୋଜ୍ ଟିକା ନେଇ ସାରିଲେଣି। ନିକଟରେ ଆରମ୍ଭ ହୋଇଥିବା ୧୮-୪୪ବର୍ଗର ୧ଲକ୍ଷ ୨୦ହଜାର ୬୬୪ଜଣ ପ୍ରଥମ ଡୋଜ୍ ଟିକା ନେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe