ଭୁବନେଶ୍ବର: ଆଜି ସନ୍ଧ୍ୟା ସୁଦ୍ଧା ଟିକା ନ ଆସିଲେ ଓଡ଼ିଶାରେ ଶନିବାରରୁ ଟିକାକରଣ ବନ୍ଦ ହେବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ସଂକ୍ରମଣ ବୃଦ୍ଧି ପାଉଥିବା ରାଜ୍ୟରୁ ଓଡ଼ିଶା ଆସୁଥିବା ଲୋକମାନଙ୍କର ଆରଟିପିସିଆର୍ ଟେଷ୍ଟିଂ କରାଯିବ। ସେମାନେ ୭ ଦିନ ସଙ୍ଗରୋଧରେ ରହିବେ। ପଶ୍ଚିମବଙ୍ଗ ଫେରନ୍ତାଙ୍କର ବି ପରୀକ୍ଷା ହେବ। ସଂକ୍ରମଣ ବଢ଼ୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆସରିଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ତାଙ୍କ କହିବା ଅନୁଯାୟୀ, ରାଜ୍ୟରେ ଟିକାକରଣ ଲାଗି ଦିନକୁ ୨.୫ ଲକ୍ଷ ଟିକା ଦରକାର। ଓଡ଼ିଶାରେ ମାତ୍ର ୦.୫ ଟିକା ନଷ୍ଟ ହୋଇଛି। ୧୦ ଦିନ ପାଇଁ ଆମକୁ ୧୫ ଲକ୍ଷ ଟିକା ଯୋଗାଇ ଦେବାକୁ କେନ୍ଦ୍ରକୁ ଚିଠି ଲେଖାଯାଇଛି। ହେଲେ ଏ ଯାଏ ଟିକା ଆସିନି। ଆଜି ସନ୍ଧ୍ୟା ସୁଦ୍ଧା ନ ଆସିଲେ ଶନିବାରରୁ ବନ୍ଦ ହେବ ଟିକାକରଣ।
ଆଜି ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଭିତରେ ଆଲୋଚନା ଅଛି । ଆଶା କରୁଛି ଯେ ମୁଖ୍ୟମନ୍ତ୍ରୀ ଟିକା ଦେବା ପାଇଁ ଦାବି କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି।
ଆଜି ସନ୍ଧ୍ୟା ସୁଦ୍ଧା ଟିକା ନ ଆସିଲେ ଓଡ଼ିଶାରେ ଶନିବାରରୁ ବନ୍ଦ ହେବ ଟିକାକରଣ: ସ୍ୱାସ୍ଥ୍ୟମନ୍ତ୍ରୀ
/sambad/media/post_attachments/wp-content/uploads/2021/04/Necessary-Covid-Test-For-Returnees_Thumbnail.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)