ରାଜ୍ୟ ସରକାରଙ୍କୁ ଲାଭାଂଶ ଦେଲେ ବିଭିନ୍ନ ନିଗମ ଓ ରାଜ୍ୟ ସମବାୟ ବ୍ୟାଙ୍କ

Advertisment
ରାଜ୍ୟ ସରକାରଙ୍କୁ ଲାଭାଂଶ ଦେଲେ ବିଭିନ୍ନ ନିଗମ ଓ ରାଜ୍ୟ ସମବାୟ ବ୍ୟାଙ୍କ

ଭୁବନେଶ୍ବର : ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଯଥା ଓଡ଼ିଶା କୃଷି ନିଗମ, ଓଡ଼ିଶା କାଜୁ ଉନ୍ନୟନ ନିଗମ, ଓଡ଼ିଶା ବିହନ ନିଗମ ଏବଂ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି।

ଏନେଇ ସଚିବାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ଲାଭାଂଶ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ଯୋଗଦେଇଥିବାବେଳେ ସଚିବାଳୟରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଉପସ୍ଥିତ ଥିଲେ।

publive-image

ଓଡ଼ିଶା କୃଷି ଶିଳ୍ପ ନିଗମ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୨ କୋଟି ୫୨ ଲକ୍ଷ ୧୭ ହଜାର ୨୧୮ ଟଙ୍କା ଏବଂ ୨୦୧୯-୨୦୨୦ ଆର୍ଥିକ ବର୍ଷ ପାଇଁ ୩ କୋଟି ୧୦ ଲକ୍ଷ ୩୬ ହଜାର ୫୭୬ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ସେହିପରି ଓଡ଼ିଶା କାଜୁ ଉନ୍ନୟନ ନିଗମ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅଂଶଧନ ଲାଭ ବାବଦକୁ ୪୬ ଲକ୍ଷ ୫୧ ହଜାର ୨୦୦ ଟଙ୍କା ପ୍ରଦାନ କରିଛି। ଓଡ଼ିଶା ରାଜ୍ୟ ବିହନ ନିଗମ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅଂଶଧନ ବାବଦକୁ ୨୩ ଲକ୍ଷ ୨୦ ହଜାର ୫୬୭ ଟଙ୍କା ପ୍ରଦାନ କରିଛି। ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅଂଶଧନ ଉପରେ ୨.୧୬ ପ୍ରତିଶତ ଲାଭାଂଶ ଘୋଷଣା କରିଛି । ଏହି ବ୍ୟାଙ୍କରେ ରାଜ୍ୟ ସରକାରଙ୍କର ୨୨.୫ ପ୍ରତିଶତ ଅଂଶଧନ ରହିଛି । ଆଜି ରାଜ୍ୟ ସରକାରଙ୍କୁ ୨୦୨୦-୨୧ ବର୍ଷ ପାଇଁ ଲାଭାଂଶ ବାବଦକୁ ୨ କୋଟି ୬୮ ଲକ୍ଷ ୪୯ ହଜାର ୪୨୫ ଟଙ୍କା ପ୍ରଦାନ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe