କଟକ: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି। ବର୍ଷା ତାଙ୍କ ସ୍ବାମୀ ଅନୁଭବ ମହାନ୍ତିଙ୍କ ସହଯୋଗୀ ସୁଜିତ ଦଳାଇଙ୍କ ବିରୋଧରେ ଜାତିଆଣ ମନ୍ତବ୍ୟ ଦେଇଥିବା ମାମଲାରେ ଦିଲ୍ଲୀ ପୁଲିସ୍ ନୋଟିସ୍ ଜାରି କରିଥିଲା। ଏହାକୁ ନେଇ ପରେ ବର୍ଷା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। ବର୍ଷାଙ୍କ ସହିତ ତାଙ୍କ ମା ଓ ଝିଆରୀ ମଧ୍ୟ ଆଗୁଆ ଜମିନ ପାଇଁ ଆବେଦନ କରିଥିଲେ। ଆଜି ହାଇକୋର୍ଟ ମାମଲାର ଶୁଣାଣି କରି ବର୍ଷା ଓ ଅନ୍ୟ ଦୁଇ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ଦିଲ୍ଲୀ ପୁଲିସ ଏସ୍.ସି ଓ ଏସ୍.ଟି ଆଇନ୍ ଅନୁଯାୟୀ ମାମଲା ରୁଜୁ କରିଥିଲା। ଗତ ୨୫ ତାରିଖରେ ଦିଲ୍ଲୀ ପୁଲିସର ଏକ ଟିମ୍ ପୁରୀଘାଟ ଥାନାରେ ପହଞ୍ଚି ସ୍ଥାନୀୟ ପୁଲିସ ଜରିଆରେ ବର୍ଷାଙ୍କୁ ଏକ ନୋଟିସ୍ ଜାରି କରିଥିଲା। ଏବେ କୋର୍ଟରେ ଅନୁଭବ ଓ ବର୍ଷା ପ୍ରିୟଦର୍ଶନୀଙ୍କ ବିବାହ ବିଚ୍ଛେଦ ମାମଲା ଚାଲିଛି।
ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଲା
/sambad/media/post_attachments/wp-content/uploads/2022/08/575ae7bb-a778-47fa-8c7a-3b3aed127373.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)