ଭୁବନେଶ୍ବର : ରାଜ୍ୟର ୫ଟି ବିଶ୍ୱବିଦ୍ୟାଳୟର କୁଳସଚିବ ବଦଳିଛନ୍ତି। ପୂର୍ବରୁ ଥିବା କୁଳସଚିବଙ୍କ ସ୍ଥାନରେ ନୂତନ ଭାବେ ୫ ଜଣ ଓଏଏସ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟର ପ୍ରଶାସନିକ ଅଧିକାରୀ ଥିବା ଲୋପାମୁଦ୍ରା ମହାନ୍ତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ(ଓୟୁଏଟି)ର କୁଳସଚିବ ଭାବେ ବଦଳି ହୋଇଛନ୍ତି। ସେହିପରି ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଶ୍ୟାମଳୀ ମହାପାତ୍ରଙ୍କୁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳସଚିବ, ନୂଆପଡା ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ ସୀତାରାମ ପଟେଲଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳସଚିବ, ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲିର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସହଦେବ ସମଧିଆଙ୍କୁ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳସଚିବ, ବୋର୍ଡ ଅଫ ରେଭିନ୍ୟୁର ଯୁଗ୍ମ ସଚିବ ବ୍ରହ୍ମାନନ୍ଦ ବେହେରାଙ୍କୁ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳସଚିବ ଭାବେ ବଦଳି କରାଯାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ପ୍ରକାଶ ପାଇଥିବା ବିଜ୍ଞପ୍ତିରେ କୁହାଯାଇଛି।
ବଦଳିଲେ ରାଜ୍ୟର ୫ଟି ବିଶ୍ୱବିଦ୍ୟାଳୟର କୁଳସଚିବ
/sambad/media/post_attachments/wp-content/uploads/2019/12/ouat.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)