ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ଉପରାଷ୍ଟ୍ରପତି

ଭୁବନେଶ୍ବର : ପବିତ୍ର ରଥଯାତ୍ରା ଅବସରରେ ଉପରାଷ୍ଟ୍ରପତି ଏମ୍‌.ଭେଙ୍କେୟା ନାଇଡ଼ୁ ରାଜ୍ୟ ତଥା ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ନିଜର ଶୁଭେଚ୍ଛା ବାର୍ତ୍ତାରେ ଉପରାଷ୍ଟ୍ରପତି କହିଛନ୍ତି, ପୁରୀରେ ପ୍ରଭୁ ଜଗନ୍ନାଥଙ୍କ ପାରମ୍ପରିକ ରଥଯାତ୍ରା ସ୍ଥାନୀୟ ତଥା ସମ୍ପୂର୍ଣ୍ଣ ଭାରତବର୍ଷର ଭକ୍ତମାନଙ୍କ ନିମନ୍ତେ ଏକ ବହୁ ପ୍ରତୀକ୍ଷିତ ଓ ଆବେଗମୟ ମୁହୂର୍ତ୍ତ। ଏହା ଆମର ବିବିଧତାର ପ୍ରତୀକ ଏବଂ ଭକ୍ତମାନଙ୍କ ପାଇଁ ଅନେକ ଆଧ୍ୟାତ୍ମିକ ମହତ୍ତ୍ବ ରଖିଥାଏ ।

ଭଗବାନ ଜଗନ୍ନାଥଙ୍କ ନାମାନୁସାରେ ‘ଜଗତର ନାଥ’ଙ୍କ ଏହି ଯାତ୍ରା ଅତୁଳନୀୟ ଓ ବିଗ୍ରହମାନଙ୍କୁ ରଥରେ ବସାଇନେବା ଦୃଶ୍ୟ ଅନନ୍ୟ।

କୋଭିଡ-୧୯ ଯୋଗୁଁ ଭାରତ ଓ ବିଶ୍ୱର ଅନ୍ୟାନ୍ୟ ଦେଶ ଯେତେବେଳେ ଏକ ଗୁରୁତର ପରିସ୍ଥିତି ମଧ୍ୟଦେଇ ଗତି କରୁଛି, କୋଭିଡ ମାର୍ଗଦର୍ଶିକା ପାଳନ କରି ଏହି ଯାତ୍ରା ପାଳନ କରିବାକୁ ଉପରାଷ୍ଟ୍ରପତି ଶ୍ରୀ ନାଇଡ଼ୁ ସମସ୍ତଙ୍କୁ ନିବେଦନ କରିଛନ୍ତି।

ସମ୍ବନ୍ଧିତ ଖବର