ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ: ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାଇଡ଼ୁ

Advertisment
ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ: ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାଇଡ଼ୁ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାଇଡ଼ୁ କହିଛନ୍ତି, ଆମର ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସମୂହର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନେ ବିଦ୍ୟାର୍ଥୀଙ୍କୁ ଆବଶ୍ୟକ କୌଶଳ ଓ ଦକ୍ଷତା ଯୋଗାଇ ସମର୍ଥ କରିବା ଆବଶ୍ୟକ। ଏହା ଦ୍ୱାରା ସେମାନେ କେବଳ ନିଯୁକ୍ତି ଆଶାୟୀ ନ ହୋଇ ନିଯୁକ୍ତି ସୃଷ୍ଟିକାରୀ ହୋଇପାରିବେ। ଓଡ଼ିଆରେ ଭାଷଣ ଆରମ୍ଭ କରି ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡ଼ୁ ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ ବୋଲି କହିଛନ୍ତି। ଏହି ଅବସରରେ ଓଡ଼ିଶାର ଗୌରବମୟ ଇତିହାସର ସ୍ମୃତିଚାରଣ କରିଛନ୍ତି ଉପରାଷ୍ଟ୍ରପତି।

ଏହି ସମାରୋହରେ ଅଧ୍ୟକ୍ଷତା କରିଥିଲେ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ। ସମ୍ମାନିତ ଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇଥିଲେ।

publive-image

ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ୫ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ ଉପାଧି ପ୍ରଦାନ କରାଯାଇଛି। ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଜଷ୍ଟିସ୍ ସଞ୍ଜୁ ପଣ୍ଡା, ଭାବା ଆଟମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡକ୍ଟର ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe