ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ କୁମାର ବେହେରାଙ୍କ ସରକାରୀ କ୍ବାର୍ଟର ସମେତ ୫ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ

Advertisment
ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ କୁମାର ବେହେରାଙ୍କ ସରକାରୀ କ୍ବାର୍ଟର ସମେତ ୫ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ

Kalinga Tv

ଭୁବନେଶ୍ବର: କମିସନରେଟ୍ ପୁଲିସର ପୂର୍ବତନ କନଷ୍ଟେବଳ ପ୍ରସନ୍ନ କୁମାର ବେହେରାଙ୍କ ଘରେ ପଶିଛି ଭିଜିଲାନ୍ସ। ଆଜି ସକାଳେ ତାଙ୍କର କଳ୍ପନା ଛକସ୍ଥିତ ସରକାରୀ କ୍ବାର୍ଟର ଓ ପୈତୃକ ବାସଭବନ ସମେତ ୫ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ଜାରି ରହିଥିବାର ଖବର ମିଳିଛି। ଭିଜିଲାନ୍ସର ସ୍ବତନ୍ତ୍ର ଜଜଙ୍କ ଆଦେଶକ୍ରମେ ସଦାନନ୍ଦ ବେହେରାଙ୍କ ପୁଅ ପ୍ରସନ୍ନ କୁମାର ବେହେରାଙ୍କ ଘରେ ଚଢ଼ାଉ କରାଯାଉଥିବାର ସୂଚନା ମିଳିଛି।

ପ୍ରସନ୍ନଙ୍କ କଳ୍ପନା ଛକରେ ଥିବା ନିଜ ସରକାରୀ କ୍ବାର୍ଟର ଏବଂ ଏହା ସମ୍ପ୍ରସାରଣ ବିଲଡିଂ, ଡୁମଡୁମାଠାରେ ଥିବା ସ୍ପାର୍କ ଫର୍ନିଚର ପ୍ରାଇଭେଟ୍ ଲିମିଟେଡ୍, ରାଜଧାନୀର ଲିଙ୍ଗପୁରର ସନ୍ଥବିହାରରେ ଥିବା ଫର୍ନିଚର ୱାର୍କସପ୍, ପାତ୍ରପଡ଼ାଠାରେ ଥିବା ସାଉଥ୍ ସିଟି ବାର୍ ଏବଂ ତାଙ୍କର ଖୋର୍ଦ୍ଧା ଜିଲ୍ଲାର ନୂଆପଡ଼ାରେ ଥିବା ଦୁଇମହଲା ବିଶିଷ୍ଟ ପୈତୃକ ଘରେ ଏହି ଚଢ଼ାଉ ଚାଲିଛି। ୨ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀଙ୍କ ନେତୃତ୍ୱରେ ୫ଟି ଟିମ୍ ଏହି ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।

ସୂଚନାଯୋଗ୍ୟ, ମନୀଷ ଅନୁରାଗ ହତ୍ୟା ମାମଲାରେ କନଷ୍ଟେବଳ ପ୍ରସନ୍ନ କୁମାର ବେହେରା ଚାକିରିରୁ ବହିଷ୍କୃତ ହୋଇଥିଲେ। ତାପରେ ତାଙ୍କୁ ଗିରଫ ବି କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe