କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ସକାଳୁ ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ୍। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ୪ ଜଣ ଡିଏସପି, ଜଣେ ଏଏସ୍ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ଓ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ୫ଟି ସ୍ଥାନରେ ଚଢଉ ହୋଇଛି। ଭିଜିଲାନ୍ସ ପକ୍ଷରୁ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭୁବନେଶ୍ୱର, କେନ୍ଦ୍ରାପଡ଼ା, କଟକ କଲ୍ୟାଣୀନଗର ସମେତ ୫ ଜାଗାରେ ଚଢାଉ ଚାଲିଛି।