ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ

Advertisment

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ

ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ ଆନନ୍ଦ ରାଓଙ୍କ ଘର ସମେତ ମାଲକାନଗିରି, ନବରଙ୍ଗପୁର ଓ ବିଶାଖାପାଟଣାର ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଥିବାର ଖବର ମିଳିଛି।

publive-image

ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ନବରଙ୍ଗପୁର ବାସଭବନ ସହ ଅନ୍ୟ ୨ଟି ଭିଜିଲାନ୍ସ ଟିମ୍ ଚଢ଼ାଉ କରୁଛି। ଏଣେ ତାଙ୍କର ମାଲକାନଗିରି କାର୍ଯ୍ୟାଳୟ, ବାସଭବନ ଏବଂ ବିଶାଖାପାଟଣାରେ ଥିବା ନିଜ ଘରେ ବି ଚଢ଼ାଉ ଜାରି ରହିଛି।

publive-image

ଜିଲ୍ଲା କୃଷି ଅଧିକାରୀ ଏମ୍. ଆନନ୍ଦ ରାଓଙ୍କ ନାମରେ ପୂର୍ବରୁ ଦୀର୍ଘ ଦିନ ଧରି ଆୟ ବହିର୍ଭୂତ ସମ୍ପତି ଠୁଳ ରଖିଥିବା ଅଭିଯୋଗ ହୋଇ ଆସୁଥିଲା। ଏହି ଅଭିଯୋଗ ଆଧାରରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ାଉ କରୁଛି। ମାଲକାନଗିରି ଭିଜିଲାନ୍ସ ଡିଏସପିଙ୍କ ସମେତ ଅନ୍ୟ କର୍ମଚାରୀମାନେ ଏହି ଚଢ଼ାଉରେ ସାମିଲ ଅଛନ୍ତି। ତେବେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe