ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରାଯାଇଛି | ମିଳିଥିବା ସୂଚନା ମୁତାବକ ଭିଜିଲାନ୍ସର ୪ଟି ଟିମ ଆଜି ଚଢ଼ାଉ କରିଛନ୍ତି |
ଭିଜିଲାନ୍ସ ଟିମ ଆଜି ଭୋର ପ୍ରାୟ ୩ଟାରୁ ଗାଇସିଲଟ ଥାନା, ଗାଇସିଲଟରେ ଥିବା ଘର, ସମ୍ବଲପୁରରେ ଥିବା ଘର ଓ ଅତାବିରା ଟାଙ୍ଗରପାଲିରେ ଥିବା ଘରେ ଚଢ଼ାଉ କରାଯାଇଛି | ସମ୍ବଲପୁର, ବରଗଡ଼ ଓ ସୋନପୁରର ଭିଜିଲାନ୍ସ ଟିମ ଏହି ଚଢ଼ାଉ କରିଛନ୍ତି |
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/vigilance.jpg)