ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟରଙ୍କ ଠିକଣାରେ ଭିଜିଲାନ୍ସ ଚଢ଼ଉ ଜାରି

Advertisment
ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟରଙ୍କ ଠିକଣାରେ ଭିଜିଲାନ୍ସ ଚଢ଼ଉ ଜାରି

ଜଗତସିଂହପୁର/ବାଲେଶ୍ବର: ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଜଗତସିଂପୁର ଡେପୁଟି କଲେକ୍ଟର ଚିତ୍ତରଂଜନ ପିଲ୍ଲାଙ୍କ ଠିକଟାରେ ଭିଜିଲାନ୍ସ ଅତର୍କିତ ଚଢ଼ଉ କରିଛି। ଭିଜିଲାନ୍ସ ବିଭାଗର ୨ ଜଣ ଡିଏସ୍‌ପିଙ୍କ ନେତୃତ୍ବରେ ଏହି ଚଢ଼ଉ ହୋଇଛି। ଏଥିରେ ୧୪ ଜଣ ଇନ୍‌ସପେକ୍ଟର, ୬ ଜଣ ଏଏସ୍‌ଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି।

ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଡେପୁଟି କଲେକ୍ଟର ଚିତ୍ତରଂଜନଙ୍କ ଭୁବନେଶ୍ବର, ବାଲେଶ୍ବର, ସୋନପୁର ଓ ଜଗତସିଂହପୁର ଠିକଣାରେ ଚଢ଼ଉ ଜାରି ରହିଛି। ଅଫିସ, ପୈତୃକ ଘର ଓ ସଂପର୍କୀୟଙ୍କ ସମେତ ମୋଟ ୯ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢ଼ଉ ଜାର ରଖିଥିବା ‌ବେଳେ ରିପୋର୍ଟ ଲେଖାଯିବା ‌ବେଳକୁ ଡେପୁଟି କଲେକ୍ଟରଙ୍କ ସଂପତ୍ତି ତାଲିକା ପ୍ରସ୍ତୁତ ହୋଇନାହିଁ।

publive-image

ମିଳିଥିବା ସୂଚନା ଅନୁସାରେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଆଜି ସକାଳୁ ଭିଜିଲାନ୍ସର ୨୨ ଜଣିଆ ଟିମ୍ ଛାନଭିନ୍ ଚଳାଇଛନ୍ତି। ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଚିତ୍ତରଞ୍ଜନଙ୍କ ଚାମ୍ବର, ଭଡ଼ାଘର, ମଞ୍ଚେଶ୍ବର ହର୍ଷପ୍ରିୟା କନଷ୍ଟ୍ରକସନରେ ଥିବା ଫ୍ଲାଟ୍, ରଙ୍ଗମାଟିଆ ହର୍ଷପ୍ରିୟା ଏନକ୍ଲେଭରେ ଥିବା ଫ୍ଲାଟ୍, ଚନ୍ଦକା ଥାନା ନୂଆଗାଁସ୍ଥିତ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ୍, ବାଲେଶ୍ବର ସୁନାହାଟରେ ଦୁଇଟି ଫ୍ଲାଟ୍, ସୋନପୁର ସହରରେ ଏକ ଦୁଇ ମହଲା କୋଠା, ବାଲିଆପାଳ ନଇଘାଟିରେ ପୈତୃକ ଘର ଏକା ସାଙ୍ଗରେ ଚଢଉ ଚାଲିଛି । ବିପୁଳ ପରିମାଣର ସମ୍ପତ୍ତି ଠାବ ହେବ ବୋଲି ଅନୁମାନ କରାଯାଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe