ବାଇକ୍‌ ଦୁର୍ଘଟଣାରେ ଗ୍ରାମରକ୍ଷୀ ମୃତ

Advertisment
ନିଖୋଜ ଯୁବକଙ୍କ ମୃତଦେହ ପଶ୍ଚିମବଙ୍ଗରୁ ଉଦ୍ଧାର

Image Courtesy of NDTV

କଣ୍ଟାମାଳ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ମାଲପଡ଼ା ଛକ ନିକଟରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ କଣ୍ଟାମାଳ ଥାନା ନାରାୟଣ ପ୍ରସାଦ ଗ୍ରାମର ବରୁଣ ମୁଖୀ ଗତକାଲି କଣ୍ଟାମାଳ ଥାନାକୁ ଡ୍ୟୁଟି କରିବା ପାଇଁ ବାଇକ୍‌ରେ ଘରୁ ଆସୁଥିଲେ। ମାଲପଡ଼ା ଛକ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ସ୍ଥାନୀୟ ଲୋକେ ବରୁଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଣ୍ଟାମାଳ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର ସମୟରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବରୁଣ କଣ୍ଟାମାଳ ଥାନାରେ ଗ୍ରାମରକ୍ଷୀ ଭାବେ କାର୍ଯ୍ୟ କରୁଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe