Telegraph India
ଭୁବନେଶ୍ବର : ଜଟଣୀଠାରେ ଥିବା ଏକ ଘରୋଇ ସ୍କୁଲର ସ୍ପୋର୍ଟ୍ସ ଏରିନା ଆସନ୍ତା ୧୮ ତାରିଖରେ ଉଦ୍ଘାଟିତ ହେବ। ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍ ବ୍ୟାଟ୍ସମ୍ୟାନ୍ ବୀରେନ୍ଦ୍ର ସେହବାଗ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହାସହ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ଜଟଣୀ ବିଧାୟକ ସୁରେଶ ରାଉତରାୟ ମଧ୍ୟ ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସଂପୃକ୍ତ ସଂସ୍ଥା ପକ୍ଷରୁ ଆଜି ହୋଟେଲ ମେ’ ଫେୟାରରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।
Follow Us