ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ  ଆଇଏଏସ୍‌  ଅଧିକାରୀ  ଭି. କାର୍ତ୍ତିକେୟନ ପାଣ୍ଡିଆନ୍‌ଙ୍କୁ ସୋମବାର ଏକ ନୂଆ ଦାୟିତ୍ୱ ଦିଆଯାଇଛି। ସେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ରହିବା ସହିତ ମୁଖ୍ୟମନ୍ତ୍ରୀଙ୍କ ୫-ଟି ( ଟ୍ରାନ୍ସଫର୍ମେସନ୍ ଆଣ୍ଡ ଇନିସିଏଟିଭସ୍) ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

୨୦୦୦ ବ୍ୟାଚର ଆଇଏଏସ ଅଧିକାରୀ ପାଣ୍ଡିଆନଙ୍କୁ ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଥିଲା । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇବା ପୂର୍ବରୁ ସେ ଗଞ୍ଜାମର ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ।

ସମ୍ବନ୍ଧିତ ଖବର