ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଆଗେ ପୋଷ୍ଟାଲ୍ ବାଲାଟ୍ ଗଣତି, ସାଢ଼େ ୮ଟାରୁ ଇଭିଏମ୍

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି ହେଉଛି। ଏହାପରେ ସାଢ଼େ ୮ଟାରୁ ଇଭିଏମ୍ ବାଲାଟ୍ ଗଣତି ଆରମ୍ଭ ହେବ ବୋଲି ଜଣାଯାଇଛି। ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଥିଲା।

ଜିଲ୍ଲାପାଳ ଅବୋଲୀ ସୁନୀଲ ନରୱଣେଙ୍କ ସୂଚନା ଅନୁସାରେ, ଭୋଟ୍‌ ଗଣତି ସକାଳ ୮ଟାରୁ ଆରମ୍ଭ ହେବ। ମୋଟ୍ ୧୪ଟି ଟେବୁଲରେ ୧୮ ରାଉଣ୍ଡରେ ଗଣତି ହେବ। ଆଉ ଯେଉଁ ୨-୩ଟି ବୁଥ ବାକି ରହିଯିବ ‌ସେଗୁଡ଼ିକ ୧୯ତମ ରାଉଣ୍ଡରେ ଗଣାଯିବ। ପ୍ରତି ଟେବୁଲରେ ଗୋଟିଏ ଲେଖାଏ ବୁଥ କରି ଗଣତି ଆରମ୍ଭ ହେବ।

ଭୋଟ୍‌ ଗଣତି ଯେଭଳି ଶାନ୍ତି ଶୃଙ୍ଖଳାର ସହ ଓ ନିର୍ଭୁଲ ଭାବରେ ହେବ ସେଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁତ୍ବ ଦିଆଯାଉଥିବା ଜିଲ୍ଲାପାଳ ଶ୍ରୀମତୀ ନରୱଣେ ସୂଚନା ଦେଇଛନ୍ତି। ଭୋଟ୍‌ ଗଣତି ସମୟରେ ସୁରକ୍ଷା ବ୍ୟବସ୍ଥା ପ୍ରତି ମଧ୍ୟ ବିଶେଷ ଗୁରୁତ୍ବ ଦିଆଯାଉଥିବା ଏସ୍‌ପି ସ୍ମିତ୍‌ ପି. ପରମାର୍‌ କହିଛନ୍ତି। ମଧ୍ୟାହ୍ନ ସୁଦ୍ଧା ଚୂଡ଼ାନ୍ତ ଫଳାଫଳ ସ୍ପଷ୍ଟ ‌େ‌ହାଇଯିବ ବୋଲି କୁହାଯାଉଛି।

ସମ୍ବନ୍ଧିତ ଖବର