ଭୁବନେଶ୍ବର: ଆସନ୍ତାକାଲି ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନର ଭୋଟ୍ ଗଣତି କରାଯିବ। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ଯେ ଆସନ୍ତାକାଲି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ। ଗଣତି ପାଇଁ ୧୪ଟି ଟେବୁଲ ରହିବ। ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଏବଂ ତା’ପରେ ଇଭିଏମ୍ ଭୋଟ୍ ଗଣତି ହେବ। ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩ଟି କାଉଣ୍ଟିଂ ହଲ ରହିଛି ।ପ୍ରତି ରାଉଣ୍ଡ ଅନୁସାରେ ଫଳାଫଳ ସଂପର୍କରେ ସୂଚନା ଦିଆଯିବ ବୋଲି ସେ କହିଛନ୍ତି।ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଜଗତସିଂହପୁର ଏସଭିଏମ କଲେଜର ଭୋଟ ଗଣନା ହେବ ।
କୋଭିଡ ନିୟମ ମାନି ଭୋଟ ଗଣତି ହେବ । ସାମାଜିକ ଦୂରତା, ମାସ୍କ, ଫେସ ସିଲ୍ଡ,ସାନିଟାଇଜର,ୱେୟାରଲେସ ବାରିକେଡ ଓ ଟ୍ରାନ୍ସପରେଂଟ ପଲିଥିନ ସିଟ ରହିବ । ଫଳାଫଳ ବାହାରିବା ପାଇଁ କ୍ୟାମେରା ଓ ଟିଭି ରଖାଯାଇଛି । ଶେଷରେ ଭିଭିପାଟ ଗଣନା ହେବ । ନିର୍ବାଚନ କମିସନ୍ ୱେବସାଇଟରେ ଫଳାଫଳ ପ୍ରତି ରାଉଣ୍ଡରେ ଆସିବ । ଗଣମାଧ୍ୟମକୁ ଛୋଟ ଛୋଟ ଗ୍ରୁପରେ ସୁଟିଂ ପାଇଁ ଅନୁମତି ଦିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/11/EVM-IANS-1.jpg)