କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା, ୨୮ ବିଧାନସଭା ଆସନରେ ମତଦାନ ଆରମ୍ଭ

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା, ୨୮ ବିଧାନସଭା ଆସନରେ ମତଦାନ ଆରମ୍ଭ

ଭୁବନେଶ୍ବର: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହାର ଦେଶରେ ଚତୁର୍ଥ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ।

କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା ଆସନ ଓ ଏହା ଅଧୀନରେ ଆସୁଥିବା ସମସ୍ତ ବିଧାନସଭା ଆସନରେ ମତଦାନ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି।

ନିର୍ବାଚନ କମିଶନ୍ ତଥା ଜିଲ୍ଲା ଓ ପୁଲିସ ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଛି। କଡ଼ା ସୁରକ୍ଷା ଲାଗି ୧୭ ହଜାର ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି ।

ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ୮ଟି ଜିଲ୍ଲାରେ ମୋଟ୍ ୭ ହଜାର ୨୯୮ ପୋଲିଂ ବୁଥର ବ୍ୟବସ୍ଥା ହୋଇଛି। ସେଥିମଧ୍ୟରୁ ୫୩୭ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି। ସୀମାନ୍ତ ଜିଲ୍ଲାଗୁଡ଼ିକରେ ମତଦାନ ହେଉଥିବାରୁ ଏଥିଲାଗି ଗ୍ରହଣ କଡ଼ା ସୁରୁକ୍ଷା ବ୍ୟବସ୍ଥା କରାଯାଇଛି। ୧୭ ହଜାର ପୋଲିସ ଫୋର୍ସ, ୧୦୪ କମ୍ପାନୀ ଅର୍ଦ୍ଧସାରମିକ ବାହିନୀଙ୍କୁ ମୁତୟନକରାଯାଇଛି।

ସୁରକ୍ଷା ପାଇଁ ସୀମାନ୍ତରେ ୫୧ଟି ବର୍ଡର ଚେକ୍ ପୋଷ୍ଟ କରାଯାଇ ଚେକିଂ ଜୋରଦାର ହୋଇଛି। ଯେକୌଣସି ପ୍ରତିକୂଳ ସ୍ଥିତି ପାଇଁ ହେଲିକପ୍ଟର ଓ ଏୟାର ଆମ୍ବୁଲାନ୍ସକୁ ସଜାଗ ରଖାଯାଇଛି। ସୁରକ୍ଷା ବ୍ୟବସ୍ଥାର ତଦାରଖ ଲାଗି ୬ ଶହ ମୋବାଇଲ ପାର୍ଟି ନିୟୋଜିତ ହୋଇଛନ୍ତି। ଗୋଟିଏ ମୋବାଇଲ ପାର୍ଟି ୧୦ରୁ ୧୨ଟି ବୁଥକୁ ବୁଲି ରିପୋର୍ଟ ନେବେ।

ସେହିଭଳି ୨୧୦ଟି ଫ୍ଲାଇଂ ସ୍କ୍ୱାଡ୍ ଓ ୧୫୫ଟି ଷ୍ଟାଟିକ୍ ସର୍ଭେଲାନ୍ସ ଟିମ୍ ମଧ୍ୟ ମୁତୟନ କରାଯାଇଛି। ସୋମବାର ସନ୍ଧ୍ୟାରେ ଭୋଟ ସରିବା ପରେ ୧୫ଟି ଷ୍ଟ୍ରଙ୍ଗରୁମରେ ଇଭିଏମଗୁଡ଼ିକୁ ସୁରକ୍ଷିତ ରଖାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe