ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୨୪ ମ‌େ’ପର୍ଯ୍ୟନ୍ତ ବଜ୍ରପାତ, କୁଆପଥର ବର୍ଷା ଏବଂ ପ୍ରବଳ ପବନ ସହିତ ମଧ୍ୟମରୁ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

Advertisment

୨୦ ମେ’: ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ପବନ ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଏହି ଜିଲ୍ଲାଗୁଡ଼ିକୁ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ହୋଇପାରେ ଏବଂ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମିରୁ ୫୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଏହା ବ୍ୟତୀତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଏବଂ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି।

୨୧ ମେ’: ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଏବଂ ଆର୍ଦ୍ର ପରିସ୍ଥିତି ରହିବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୨ ମେ’: ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି।  ଏହି ଜିଲ୍ଲାଗୁଡ଼ିକ ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ ମେ’: ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିରେ ଘଣ୍ଟାପ୍ରତି ଘଣ୍ଟା ୪୦-୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ।

ଏହା ବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ବଜ୍ରପାତ ହୋଇପାରେ ଏବଂ ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର  ପର୍ଯ୍ୟନ୍ତ ବହିପାରେ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ଏସବୁ ଜିଲ୍ଲାଗୁଡ଼ିକ ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଅଧିକ ପଢ଼ନ୍ତୁ: ୨୦୨୫ ଏସିଆ କପ୍‌ ଖେଳିନପାରେ ଭାରତ

୨୪ ମେ’: ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ: ଦୁଷ୍କର୍ମ ପରେ ନାବାଳିକା ଗର୍ଭବତୀ ମାମଲା: ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍

IMD | imd bhubaneswar