୨୪ ମେ’ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା: ଘଡ଼ଘଡ଼ି ସହ ବର୍ଷା ପୂର୍ବାନୁମାନ

Advertisment

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୨୪ ମ‌େ’ପର୍ଯ୍ୟନ୍ତ ବଜ୍ରପାତ, କୁଆପଥର ବର୍ଷା ଏବଂ ପ୍ରବଳ ପବନ ସହିତ ମଧ୍ୟମରୁ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି...

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୨୪ ମ‌େ’ପର୍ଯ୍ୟନ୍ତ ବଜ୍ରପାତ, କୁଆପଥର ବର୍ଷା ଏବଂ ପ୍ରବଳ ପବନ ସହିତ ମଧ୍ୟମରୁ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି...

Warning issued for various districts of Odisha till May 24: Thunderstorms and rain forecast

Warning issued for various districts of Odisha till May 24: Thunderstorms and rain forecast Photograph: (sambad.in)

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୨୪ ମ‌େ’ପର୍ଯ୍ୟନ୍ତ ବଜ୍ରପାତ, କୁଆପଥର ବର୍ଷା ଏବଂ ପ୍ରବଳ ପବନ ସହିତ ମଧ୍ୟମରୁ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

୨୦ ମେ’: ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ପବନ ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଏହି ଜିଲ୍ଲାଗୁଡ଼ିକୁ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

୨୨ ମେ’: ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି।  ଏହି ଜିଲ୍ଲାଗୁଡ଼ିକ ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ ମେ’: ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିରେ ଘଣ୍ଟାପ୍ରତି ଘଣ୍ଟା ୪୦-୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ।

ଏହା ବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ବଜ୍ରପାତ ହୋଇପାରେ ଏବଂ ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର  ପର୍ଯ୍ୟନ୍ତ ବହିପାରେ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ଏସବୁ ଜିଲ୍ଲାଗୁଡ଼ିକ ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଅଧିକ ପଢ଼ନ୍ତୁ: ୨୦୨୫ ଏସିଆ କପ୍‌ ଖେଳିନପାରେ ଭାରତ

୨୪ ମେ’: ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ: ଦୁଷ୍କର୍ମ ପରେ ନାବାଳିକା ଗର୍ଭବତୀ ମାମଲା: ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍

IMD | imd bhubaneswar 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe