ଭୁବନେଶ୍ବର: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଜଳ ସମ୍ପଦ ମୁଖ୍ୟ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢ଼ୀ ସାମ୍ବାଦିକ ସମ୍ମିଳନୀ କରିଛନ୍ତି।ଉପରମୁଣ୍ଡରେ ବର୍ଷା ବଢ଼ିବା ଫଳରେ ହୀରାକୁଦରେ ଖୋଲିବ ଆଉ ୪ଟି ଗେଟ୍ ଖୋଲାଯାଇଛି। ମୋଟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ୩ ଲକ୍ଷ ୬୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେବ। ତଳେ ବିଶେଷ ବର୍ଷା ନଥିବାରୁ ସ୍ଥିତି ନିୟନ୍ତ୍ରଣରେ ରହିଛି।
ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢ଼ିବାରେ ଲାଗିଛି। ଏହି କାରଣରୁ ଜଳଭଣ୍ଡାରରୁ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି।
ଆସନ୍ତାକାଲି ମୁଣ୍ଡଳିରେ ସକାଳ ୮ରୁ ୧୧ଟା ମଧ୍ୟରେ ୬ ଲକ୍ଷ ଜଳ ପ୍ରବାହିତ ହେବ। ଶାଖା ନଦୀ ଗୁଡ଼ିକରେ ଜଳସ୍ତର ବଢ଼ିବ। କିନ୍ତୁ ବନ୍ୟା ସ୍ଥିତି ଦେଖିବାକୁ ମିଳିବ ନାହିଁ। ବର୍ଷା କମିଥିବାରୁ ବନ୍ୟା ସ୍ଥିତି କମିଛି। ଅନ୍ୟ କୌଣସି ନଦୀରେ ବନ୍ୟା ନାହିଁ। ଆଗକୁ ଥିବା ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶା ପ୍ରଭାବିତ ହେବ। ତେଣୁ ଦକ୍ଷିଣ ଓଡ଼ିଶା ଜିଲ୍ଲା ଗୁଡ଼ିକରେ ଥିବା ଜଳଭଣ୍ଡାର ଗୁଡିକରେ ଜଳ ସଂରକ୍ଷଣ ହୋଇ ରହିବ।
Rain in Odisha
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/09/25/new-project-11-2025-09-25-16-41-06.jpg)